3ତୁମ୍ଭେମାନେ ଇସ୍ରାଏଲୀୟ ସମଗ୍ର ମଣ୍ଡଳୀକୁ ଏହି କଥା କୁହ, ଏହି ମାସର ଦଶମ ଦିନରେ ତୁମ୍ଭମାନଙ୍କର ପ୍ରତ୍ୟେକ ମନୁଷ୍ୟ ପିତୃଗୃହାନୁସାରେ ପ୍ରତ୍ୟେକ ପରିବାର ନିମନ୍ତେ ଏକ ଏକ ମେଷଶାବକ ନେବ।
4ଆଉ, ଗୋଟିଏ ମେଷଶାବକ ନେବା ନିମନ୍ତେ ଯଦି କୌଣସି ପରିଜନ ଅଳ୍ପ ହେବ, ତେବେ ସେ ଓ ତାହାର ଗୃହ ନିକଟବର୍ତ୍ତୀ ପ୍ରତିବାସୀ, ପ୍ରାଣୀଗଣର ସଂଖ୍ୟାନୁସାରେ ଏକ ମେଷଶାବକ ନେବେ; ତୁମ୍ଭେମାନେ ପ୍ରତ୍ୟେକ ଜଣର ଭୋଜନ-ଶକ୍ତି ଅନୁସାରେ ମେଷଶାବକର ଅଟକଳ କରିବ।
5ତୁମ୍ଭେମାନେ ମେଷପଲ ବା ଛାଗପଲ ମଧ୍ୟରୁ ଶାବକ ନେବ; ତାହା ନିର୍ଦ୍ଦୋଷ, ଏକ ବର୍ଷୀୟ ଓ ପୁଂଶାବକ ହେବ;
6ସେହି ମାସର ଚତୁର୍ଦ୍ଦଶ ଦିନଯାଏ ତାକୁ ବନ୍ଦ କରି ରଖିବ; ଏଥିଉତ୍ତାରେ ଇସ୍ରାଏଲ-ମଣ୍ଡଳୀର ସମସ୍ତ ସମାଜ ସନ୍ଧ୍ୟାକାଳରେ ସେହି ଶାବକକୁ ବଧ କରିବେ।
7ପୁଣି, ଲୋକମାନେ ତାହାର କିଛି ରକ୍ତ ନେଇ ଯେଉଁ ଯେଉଁ ଗୃହ ମଧ୍ୟରେ ମେଷ ଭୋଜନ କରିବେ, ସେହି ସେହି ଗୃହ ଦ୍ୱାରର ଦୁଇ ବାଜୁବନ୍ଧ ଓ କପାଳୀ ଉପରେ ତାହା ଲଗାଇବେ।
8ଆଉ ସେହି ରାତ୍ରିରେ ତାହାର ମାଂସ ଭୋଜନ କରିବେ; ଅଗ୍ନିରେ ଦଗ୍ଧ କରି ତାଡ଼ିଶୂନ୍ୟ ରୁଟି ଓ ପିତା ଶାକ ସହିତ ତାହା ଭୋଜନ କରିବେ।