12ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
13ତୁମ୍ଭେ ନରହତ୍ୟା କରିବ ନାହିଁ।
14ତୁମ୍ଭେ ବ୍ୟଭିଚାର କରିବ ନାହିଁ।
15ତୁମ୍ଭେ ଚୋରି କରିବ ନାହିଁ।
16ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।
17ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।
18ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।
19ଆଉ ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ସଙ୍ଗେ କଥା କୁହ, ଆମ୍ଭେମାନେ ଶୁଣିବୁ; ମାତ୍ର ପରମେଶ୍ୱର ଆମ୍ଭମାନଙ୍କ ସଙ୍ଗେ କଥା ନ କହନ୍ତୁ, ନୋହିଲେ ଆମ୍ଭେମାନେ ମରିଯିବୁ।”
20ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ଭୟ କର ନାହିଁ; କାରଣ ତୁମ୍ଭମାନଙ୍କୁ ପରୀକ୍ଷା କରିବାକୁ ଓ ତୁମ୍ଭେମାନେ ଯେପରି ପାପ ନ କରିବ, ଏଥିପାଇଁ ଆପଣାର ଭୟାନକତା ତୁମ୍ଭମାନଙ୍କ ଚକ୍ଷୁଗୋଚର କରିବାକୁ ପରମେଶ୍ୱର ଆସିଅଛନ୍ତି।”