Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ - ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 21

ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 21:15-20

Help us?
Click on verse(s) to share them!
15ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
16ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
17ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
18ଆଉ ଯଦି ଲୋକମାନେ ଏକ ଆରେକ ସହିତ ବିବାଦ କରୁ କରୁ ଏକଜଣ ଅନ୍ୟଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ
19ଓ ପଶ୍ଚାତ୍‍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।
20ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ।

Read ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 21ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 21
Compare ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 21:15-20ମୋଶାଙ୍କ ଲିଖିତ ଦ୍ୱିତୀୟ ପୁସ୍ତକ 21:15-20