15 ପୁଣି, ଯେକେହି ଆପଣା ପିତା କିମ୍ବା ମାତାକୁ ପ୍ରହାର କରେ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
16 ଆଉ ଯେକେହି ମନୁଷ୍ୟକୁ ଚୋରି କରି ଯଦି ବିକ୍ରୟ କରେ, ଅବା ସେ ଯଦି ତାହାର ଅଧିକାରରେ ପ୍ରାପ୍ତ ହୁଏ, ତେବେ ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
17 ଯେକେହି ଆପଣା ପିତା କିମ୍ବା ମାତାକୁ ଅଭିଶାପ ଦିଏ, ତାହାର ଅବଶ୍ୟ ପ୍ରାଣଦଣ୍ଡ ହେବ।
18 ଆଉ ଯଦି ଲୋକମାନେ ଏକ ଆରେକ ସହିତ ବିବାଦ କରୁ କରୁ ଏକଜଣ ଅନ୍ୟଜଣକୁ ପ୍ରସ୍ତରରେ ବା ମୁଷ୍ଟିରେ ଆଘାତ କଲେ, ସେ ଯଦି ନ ମରି ଶଯ୍ୟାଗତ ହୁଏ
19 ଓ ପଶ୍ଚାତ୍ ଉଠି ଯଷ୍ଟି ଧରି ବାହାରେ ବୁଲେ, ତେବେ ସେହି ପ୍ରହାରକ ନିର୍ଦ୍ଦୋଷ ହେବ; କେବଳ ତାହାକୁ ତାହାର କର୍ମ-କ୍ଷତିର ଓ ଚିକିତ୍ସାର ବ୍ୟୟ ଦେବାକୁ ପଡ଼ିବ।
20 ଆଉ ଯଦି କେହି ଆପଣା ଦାସ ବା ଦାସୀକୁ ଯଷ୍ଟି ଦ୍ୱାରା ପ୍ରହାର କଲେ, ସେ ଯଦି ତାହା ହସ୍ତରେ ମରେ, ତେବେ ସେ ଅବଶ୍ୟ ଦଣ୍ଡନୀୟ ହେବ।