10 ତହୁଁ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ କର୍ମ କଲେ; ପୁଣି, ହାରୋଣ, ଫାରୋ ଓ ତାଙ୍କର ଦାସମାନଙ୍କ ସମ୍ମୁଖରେ ଆପଣା ଯଷ୍ଟି ତଳେ ପକାନ୍ତେ, ତାହା ସର୍ପ ହେଲା।
11 ତେବେ ଫାରୋ ଆପଣା ପଣ୍ଡିତ ଓ ଗୁଣିଆମାନଙ୍କୁ ଡାକିଲେ; ତହିଁରେ ମିସ୍ରୀୟ ମନ୍ତ୍ରଜ୍ଞମାନେ ମଧ୍ୟ ଆପଣାମାନଙ୍କ ମାୟାରେ ସେହିପରି କଲେ।
12 ଅର୍ଥାତ୍, ସେମାନେ ପ୍ରତ୍ୟେକେ ଆପଣା ଆପଣା ଯଷ୍ଟି ପକାନ୍ତେ, ସେଗୁଡ଼ିକ ସର୍ପ ହେଲା; ମାତ୍ର ହାରୋଣଙ୍କ ଯଷ୍ଟି ସେମାନଙ୍କର ସମସ୍ତ ଯଷ୍ଟିକୁ ଗ୍ରାସ କଲା।