Text copied!
Bibles in Odia

ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 20:15-19 in Odia

Help us?

ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 20:15-19 in ଓଡିଆ ବାଇବେଲ

15 ଯେଉଁ ଯେଉଁ ନଗର ଏହି ଗୋଷ୍ଠୀୟ ଲୋକମାନଙ୍କର ନୁହେଁ, ତୁମ୍ଭଠାରୁ ଅତି ଦୂରବର୍ତ୍ତୀ ଏପରି ସମସ୍ତ ନଗର ପ୍ରତି ଏହି ପ୍ରକାର କରିବ।
16 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।
17 ମାତ୍ର ତୁମ୍ଭ ପ୍ରତି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ସେମାନଙ୍କୁ ହିତ୍ତୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିବ।
18 ନୋହିଲେ କେଜାଣି, ସେମାନେ ଆପଣା ଆପଣା ଦେବାତାମାନଙ୍କ ଉଦ୍ଦେଶ୍ୟରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ତଦନୁସାରେ କରିବା ପାଇଁ ତୁମ୍ଭମାନଙ୍କୁ ଶିଖାଇବେ; ତହିଁରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିବ।
19 ଯେତେବେଳେ ତୁମ୍ଭେ କୌଣସି ନଗର ହସ୍ତଗତ କରିବା ପାଇଁ ଯୁଦ୍ଧ କରି ବହୁ କାଳ ତାହା ଅବରୋଧ କରିବ, ସେତେବେଳେ ତୁମ୍ଭେ କୁହ୍ରାଡ଼ି ଦ୍ୱାରା ସେଠାରେ ଥିବା ବୃକ୍ଷଗୁଡ଼ିକୁ ହାଣିବ ନାହିଁ; ତୁମ୍ଭେ ତହିଁରୁ ଭୋଜନ କରି ପାରିବ, ଏଣୁ ତାହା କାଟିବ ନାହିଁ; କାରଣ କ୍ଷେତ୍ରର ବୃକ୍ଷ ମନୁଷ୍ୟ ଜୀବନର ଆଧାର ହୋଇଥିବାରୁ ତାହା ତୁମ୍ଭ ସାକ୍ଷାତରେ ଅବରୁଦ୍ଧ ହେବ ନାହିଁ ?
ମୋଶାଙ୍କ ଲିଖିତ ପଞ୍ଚମ ପୁସ୍ତକ 20 in ଓଡିଆ ବାଇବେଲ