Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ - ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7-22

Help us?
Click on verse(s) to share them!
7ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
8ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
9ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
10ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।
11ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।
12ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।
13ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
14ତୃତୀୟ ନଦୀର ନାମ ହିଦ୍ଦେକଲ, ଏହା ପୂର୍ବ ଅଶୂରୀୟ ଦେଶର ସମ୍ମୁଖ ଦେଇ ଗମନ କରେ। ଚତୁର୍ଥ ନଦୀର ନାମ ଫରାତ୍‍।
15ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
16ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,
17ମାତ୍ର, ସଦସତ୍‍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
18ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
19ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
20ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
21ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
22ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।

Read ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2
Compare ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7-22ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 2:7-22