Text copied!
CopyCompare
ଓଡିଆ ବାଇବେଲ - ଯିରିମୀୟ - ଯିରିମୀୟ 32

ଯିରିମୀୟ 32:33-37

Help us?
Click on verse(s) to share them!
33ସେମାନେ ଆମ୍ଭ ପ୍ରତି ମୁଖ ନ ଫେରାଇ ପିଠି ଫେରାଇ ଅଛନ୍ତି; ଆଉ, ଆମ୍ଭେ ସେମାନଙ୍କୁ ଶିକ୍ଷା ଦେଲେ ହେଁ, ପ୍ରଭାତରେ ଉଠି ଶିକ୍ଷା ଦେଲେ ହେଁ ସେମାନେ ଶିକ୍ଷା ଗ୍ରହଣ କରିବା ପାଇଁ ମନୋଯୋଗ କରି ନାହାନ୍ତି।
34ମାତ୍ର ଆମ୍ଭ ନାମରେ ଖ୍ୟାତ ଗୃହକୁ ଅଶୁଚି କରିବା ପାଇଁ ସେମାନେ ତହିଁ ମଧ୍ୟରେ ଆପଣାମାନଙ୍କ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରନ୍ତି।
35ପୁଣି, ଏହି ଯେଉଁ ଘୃଣାଯୋଗ୍ୟ କାର୍ଯ୍ୟ କରିବା ପାଇଁ ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଯାହା ଆମ୍ଭ ମନରେ ଉଦୟ ହୋଇ ନାହିଁ, ତାହା କରିବା ପାଇଁ, ଅର୍ଥାତ୍‍, ଯିହୁଦାକୁ ପାପ କରାଇବା ପାଇଁ ମୋଲକ୍‍ର ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର କନ୍ୟାଗଣଙ୍କୁ ଅଗ୍ନି ମଧ୍ୟ ଦେଇ ଗମନ କରାଇବା ପାଇଁ ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍‍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି।
36ଏନିମନ୍ତେ ଏବେ ଯେଉଁ ନଗର ବିଷୟରେ ତୁମ୍ଭେମାନେ କୁହ ଯେ, ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ତାହା ବାବିଲର ରାଜାର ହସ୍ତରେ ଅର୍ପିତ ହୋଇଅଛି, ତହିଁ ବିଷୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି;
37“ଦେଖ, ଆମ୍ଭେ ଆପଣା କ୍ରୋଧ ଓ ପ୍ରଚଣ୍ଡ କୋପ ଓ ମହାରୋଷରେ ସେମାନଙ୍କୁ ଯେସକଳ ଦେଶରେ ଛିନ୍ନଭିନ୍ନ କରିଅଛୁ, ସେହି ସକଳ ଦେଶରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ସେମାନଙ୍କୁ ପୁନର୍ବାର ଏହି ସ୍ଥାନକୁ ଆଣିବା ଓ ଆମ୍ଭେ ସେମାନଙ୍କୁ ନିରାପଦରେ ବାସ କରାଇବା।

Read ଯିରିମୀୟ 32ଯିରିମୀୟ 32
Compare ଯିରିମୀୟ 32:33-37ଯିରିମୀୟ 32:33-37