Text copied!
CopyCompare
ଓଡିଆ ବାଇବେଲ - ଯିରିମୀୟ

ଯିରିମୀୟ 45

Help us?
Click on verse(s) to share them!
1ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ନଳାକାର ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍‍ବକ୍ତା ତାହାକୁ ଏହି କଥା କହିଲେ,
2“ହେ ବାରୂକ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ତୁମ୍ଭକୁ ଏହି କଥା କହନ୍ତି;
3ତୁମ୍ଭେ କହିଲ, ‘ହାୟ, ହାୟ, ମୁଁ ଏବେ ସନ୍ତାପର ପାତ୍ର ! କାରଣ ସଦାପ୍ରଭୁ ମୋ’ ବେଦନାରେ ଦୁଃଖ ଯୋଗ କରିଅଛନ୍ତି; ମୁଁ କାତରୋକ୍ତି କରି କରି କ୍ଳାନ୍ତ ହେଉଅଛି ଓ ମୋର କିଛି ବିଶ୍ରାମ ନାହିଁ।’
4ତୁମ୍ଭେ ତାହାକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଯାହା ନିର୍ମାଣ କରିଅଛୁ, ତାହା ଆମ୍ଭେ ଭାଙ୍ଗି ପକାଇବା ଓ ଯାହା ରୋପଣ କରିଅଛୁ, ତାହା ଆମ୍ଭେ ଉପାଡ଼ି ପକାଇବା, ଆଉ, ସମୁଦାୟ ଦେଶରେ ଏହା କରିବା।
5ତୁମ୍ଭେ କି ଆପଣା ପାଇଁ ମହତ ବିଷୟମାନ ଚେଷ୍ଟା କରୁଅଛ ? ତାହା ଚେଷ୍ଟା କର ନାହିଁ,’ କାରଣ ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ ସମଗ୍ର ପ୍ରାଣୀ ଉପରେ ଅମଙ୍ଗଳ ଘଟାଇବା; ମାତ୍ର ତୁମ୍ଭେ ଯେ ଯେ ସ୍ଥାନକୁ ଯାଉଅଛ, ସେସକଳ ସ୍ଥାନରେ ଲୁଟ ଦ୍ରବ୍ୟ ତୁଲ୍ୟ ଆମ୍ଭେ ତୁମ୍ଭର ପ୍ରାଣ ତୁମ୍ଭକୁ ଦେବା।’”