Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 10

ଯିଶାଇୟ 10:10-19

Help us?
Click on verse(s) to share them!
10ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେହି ସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି;
11ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କ’ଣ ସେହିପରି କରିବା ନାହିଁ ?
12ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।
13କାରଣ ସେ କହିଅଛି, ମୁଁ ବୁଦ୍ଧିମାନ ହେବାରୁ ଆପଣା ହସ୍ତର ବଳ ଓ ଆପଣା ଜ୍ଞାନ ଦ୍ୱାରା ଏହା କରିଅଛି; ପୁଣି, ମୁଁ ନାନା ଗୋଷ୍ଠୀର ସୀମା ଦୂର କରିଅଛି ଓ ସେମାନଙ୍କର ସଞ୍ଚିତ ଧନ ହରଣ କରିଅଛି, ଆଉ ମୁଁ ବିକ୍ରମଶାଳୀ ଲୋକ ତୁଲ୍ୟ ସିଂହାସନୋପବିଷ୍ଟ ଲୋକମାନଙ୍କୁ ତଳକୁ ଓହ୍ଲାଇ ଆଣିଅଛି;
14ପୁଣି, ମୋହର ହସ୍ତ ନାନା ଗୋଷ୍ଠୀର ଧନ ପକ୍ଷୀର ବସା ତୁଲ୍ୟ ପ୍ରାପ୍ତ ହୋଇଅଛି ଓ କେହି ଯେପରି ତ୍ୟକ୍ତ ଡିମ୍ବ ସଂଗ୍ରହ କରେ, ସେହିପରି ମୁଁ ସମୁଦାୟ ପୃଥିବୀକୁ ସଂଗ୍ରହ କରିଅଛି; ଆଉ, ପକ୍ଷ ହଲାଇବାକୁ କିଅବା ଥଣ୍ଟ ଫିଟାଇବାକୁ ଅବା ଚିଁ ଚିଁ ଶବ୍ଦ କରିବାକୁ କେହି ନ ଥିଲା।
15କୁହ୍ରାଡ଼ି କ’ଣ ତଦ୍ଦ୍ୱାରା ଛେଦନକର୍ତ୍ତା ବିରୁଦ୍ଧରେ ଦର୍ପ କରିବ ? କରତ କ’ଣ କରତୀୟାର ପ୍ରତିକୂଳରେ ଆପଣାକୁ ଶ୍ରେଷ୍ଠ କରିବ ? ଯେଉଁମାନେ ଦଣ୍ଡ ଉଠାନ୍ତି, ଦଣ୍ଡ କ’ଣ ସେମାନଙ୍କୁ ହଲାଇବ ? ଯେ କାଷ୍ଠ ନୁହେଁ, ଯଷ୍ଟି କ’ଣ ତାହାକୁ ଉଠାଇବ ?
16ଏହେତୁ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ତାହାର ସ୍ଥୂଳକାୟ ଲୋକମାନଙ୍କ ମଧ୍ୟରେ କ୍ଷୀଣତା ପଠାଇବେ ଓ ତାହାର ପ୍ରତାପର ତଳେ ଅଗ୍ନିଦାହ ତୁଲ୍ୟ ଦାହ ହେବ।
17ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।
18ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ।
19ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।

Read ଯିଶାଇୟ 10ଯିଶାଇୟ 10
Compare ଯିଶାଇୟ 10:10-19ଯିଶାଇୟ 10:10-19