17ପୁଣି, ଇସ୍ରାଏଲର ଜ୍ୟୋତିଃ ଅଗ୍ନି ସ୍ୱରୂପ ହେବ ଓ ତାହାର ଧର୍ମସ୍ୱରୂପ ଅଗ୍ନିଶିଖା ସଦୃଶ ହେବେ, ଆଉ ତାହା ଜ୍ୱଳି ଗୋଟିଏ ଦିନରେ ତାହାର କାନକୋଳି ଓ କଣ୍ଟକ ବୃକ୍ଷସବୁ ଗ୍ରାସ କରିବ।
18ଆଉ, ସେ ତାହାର ବନ ଓ ଉର୍ବରା କ୍ଷେତ୍ରର ଗୌରବକୁ ପ୍ରାଣ ଓ ଶରୀର ସୁଦ୍ଧା ସଂହାର କରିବେ; ତହିଁରେ ଧ୍ୱଜାଧାରୀ କ୍ଷୀଣ ହେବା ବେଳେ ଯେପରି ହୁଏ, ସେହିପରି ହେବ।
19ପୁଣି, ତାହାର ବନର ଅବଶିଷ୍ଟ ବୃକ୍ଷ ଏତେ ଅଳ୍ପ ହେବ ଯେ, ଗୋଟିଏ ବାଳକ ତାହା ଲେଖି ପାରିବ।
20ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
21ଅବଶିଷ୍ଟାଂଶ, ଅର୍ଥାତ୍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।
22କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
23ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ।