Text copied!
Bibles in Odia

ଯିଶାଇୟ 10:20-23 in Odia

Help us?

ଯିଶାଇୟ 10:20-23 in ଓଡିଆ ବାଇବେଲ

20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
21 ଅବଶିଷ୍ଟାଂଶ, ଅର୍ଥାତ୍‍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।
22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
23 ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ।
ଯିଶାଇୟ 10 in ଓଡିଆ ବାଇବେଲ