Text copied!
Bibles in Odia

ଯିଶାଇୟ 10:20-26 in Odia

Help us?

ଯିଶାଇୟ 10:20-26 in ଓଡିଆ ବାଇବେଲ

20 ପୁଣି, ସେହି ଦିନରେ ଏପରି ଘଟିବ ଯେ, ଇସ୍ରାଏଲର ଅବଶିଷ୍ଟାଂଶ ଓ ଯାକୁବ-ବଂଶର ରକ୍ଷାପ୍ରାପ୍ତ ଲୋକେ ଆପଣାମାନଙ୍କ ପ୍ରହାରକାରୀର ଉପରେ ଆଉ ନିର୍ଭର କରିବେ ନାହିଁ; ମାତ୍ର ସେମାନେ ସତ୍ୟ ଭାବରେ ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବେ।
21 ଅବଶିଷ୍ଟାଂଶ, ଅର୍ଥାତ୍‍, ଯାକୁବର ଅବଶିଷ୍ଟାଂଶ, ପରାକ୍ରାନ୍ତ ପରମେଶ୍ୱରଙ୍କ ନିକଟକୁ ଫେରି ଆସିବେ।
22 କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
23 ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ।
24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।
25 କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ।
26 ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେହିପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।
ଯିଶାଇୟ 10 in ଓଡିଆ ବାଇବେଲ