Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 10

ଯିଶାଇୟ 10:22-33

Help us?
Click on verse(s) to share them!
22କାରଣ ତୁମ୍ଭ ଇସ୍ରାଏଲ ଲୋକେ ସମୁଦ୍ରର ବାଲି ପରି ହେଲେ ହେଁ ସେମାନଙ୍କର କେବଳ ଅବଶିଷ୍ଟାଂଶ ଫେରି ଆସିବେ; ଧାର୍ମିକତାର ବଢ଼ି ସ୍ୱରୂପ ଉଚ୍ଛିନ୍ନତା ନିରୂପିତ ହୋଇଅଛି।
23ଯେହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ସମୁଦାୟ ପୃଥିବୀରେ ଉଚ୍ଛିନ୍ନତା, ନିରୂପିତ ଉଚ୍ଛିନ୍ନତା, ସିଦ୍ଧ କରିବେ।
24ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।
25କାରଣ ଅତ୍ୟଳ୍ପ କାଳ ଉତ୍ତାରେ କ୍ରୋଧ ଓ ସେମାନଙ୍କ ବିନାଶରେ ଆମ୍ଭର କୋପ ସିଦ୍ଧ ହେବ।
26ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ଓରେବ ଶୈଳରେ ମିଦୀୟନର ହତ୍ୟା କାଳରେ ଯେପରି କରିଥିଲେ, ସେହିପରି ତାହାର ପ୍ରତିକୂଳରେ ଆପଣା କୋରଡ଼ା ହଲାଇବେ; ଆଉ, ତାହାଙ୍କର ଦଣ୍ଡ ସାଗର ଉପରେ ରହିବ ଓ ମିସରର ରୀତି ଅନୁସାରେ ସେ ତାହା ଉଠାଇବେ।
27ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।
28ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍‍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;
29ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।
30ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍‍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍‍,
31ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି।
32ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।
33ଦେଖ, ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଭୟଙ୍କର ରୂପରେ ଶାଖାସବୁ କାଟି ପକାଇବେ; ପୁଣି, ଉଚ୍ଚ ଆକୃତିସବୁ ହଣା ଯିବ ଓ ଉନ୍ନତସବୁ ନତ କରାଯିବ।

Read ଯିଶାଇୟ 10ଯିଶାଇୟ 10
Compare ଯିଶାଇୟ 10:22-33ଯିଶାଇୟ 10:22-33