27 ପୁଣି, ସେହି ଦିନରେ ତାହାର ବୋଝ ତୁମ୍ଭ ସ୍କନ୍ଧରୁ ଓ ତାହାର ଯୁଆଳି ତୁମ୍ଭ ଗ୍ରୀବାରୁ ଦୂର କରାଯିବ, ପୁଣି ଅଭିଷେକ ସକାଶୁ ଯୁଆଳି ବିନଷ୍ଟ ହେବ।
28 ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;
29 ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।
30 ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍,