28ସେ ଅୟାତକୁ ଆସିଅଛି, ସେ ମିଗ୍ରୋଣ ମଧ୍ୟ ଦେଇ ଯାଇଅଛି; ସେ ମିକ୍ମସରେ ଆପଣା ଦ୍ରବ୍ୟ ସାମଗ୍ରୀ ରଖୁଅଛି;
29ସେମାନେ ଘାଟି ପାର ହୋଇ ଯାଇଅଛନ୍ତି; ସେମାନେ ଗେବାରେ ବସା କରିଅଛନ୍ତି; ରାମା କମ୍ପୁଅଛି; ଶାଉଲର ଗିବୀୟା ପଳାୟନ କରିଅଛି।
30ଆଗୋ ଗଲ୍ଲୀମର କନ୍ୟେ, ତୁମ୍ଭେ ଆପଣା ରବରେ ଉଚ୍ଚ ଶବ୍ଦ କର, ହେ ଲୟିଶ୍, କର୍ଣ୍ଣପାତ କର, ଆଃ ଦୁଃଖିନୀ ଅନାଥୋତ୍,
31ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି।
32ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।