3ଏଣୁ ପ୍ରତିଫଳ ଦେବାର ଦିନରେ ଓ ଦୂରରୁ ଆସନ୍ତା ବିନାଶ ସମୟରେ ତୁମ୍ଭେମାନେ କଅଣ କରିବ ? ସାହାଯ୍ୟ ନିମନ୍ତେ ତୁମ୍ଭେମାନେ କାହା ନିକଟକୁ ପଳାଇବ ? ଓ ତୁମ୍ଭମାନଙ୍କର ପ୍ରତାପ କେଉଁଠାରେ ରଖିବ ?
4ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
5ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
6ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।