5 ହାୟ ଅଶୂର ! ସେ ଆମ୍ଭର କ୍ରୋଧରୂପ ଦଣ୍ଡ, ତାହାର ହସ୍ତରେ ଆମ୍ଭର କୋପରୂପ ଯଷ୍ଟି ଅଛି।
6 ଆମ୍ଭେ ତାହାକୁ ଲୁଟିତ ଦ୍ରବ୍ୟ ଓ ମୃଗୟା ନେଇ ଯିବା ନିମନ୍ତେ ଓ ଲୋକମାନଙ୍କୁ ବାଟର କାଦୁଅ ତୁଲ୍ୟ ଦଳିତ କରିବା ନିମନ୍ତେ ଧର୍ମହୀନ ଗୋଷ୍ଠୀର ଓ ଆମ୍ଭ କ୍ରୋଧପାତ୍ର ଲୋକମାନଙ୍କ ବିରୁଦ୍ଧରେ ଆଜ୍ଞା ଦେବା।
7 ତଥାପି ତାହାର ଅଭିପ୍ରାୟ ସେହିପରି ନୁହେଁ, କିଅବା ତାହାର ହୃଦୟ ସେହିପରି ଭାବେ ନାହିଁ; ମାତ୍ର ବିନାଶ କରିବାକୁ ଓ ଅନେକ ଗୋଷ୍ଠୀଙ୍କୁ ଉଚ୍ଛିନ୍ନ କରିବାକୁ ତାହାର ହୃଦୟରେ ଅଛି।
8 କାରଣ ସେ କହେ, ଆମ୍ଭର ସେନାପତିଗଣ ସମସ୍ତେ କି ରାଜା ନୁହଁନ୍ତି ?
9 କଲ୍ନୋ ସହର କି କର୍କମୀଶ୍ ସହର ତୁଲ୍ୟ ନୁହେଁ ? ହମାତ୍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ ?
10 ଯେଉଁ ପ୍ରତିମାଗଣର ରାଜ୍ୟସକଳର ଖୋଦିତ ମୂର୍ତ୍ତିସମୂହ, ଯିରୂଶାଲମର ଓ ଶମରୀୟାର ମୂର୍ତ୍ତିଗଣ ଅପେକ୍ଷା ଶ୍ରେଷ୍ଠ, ସେହି ସବୁ ରାଜ୍ୟ ଆମ୍ଭର ହସ୍ତଗତ ହୋଇଅଛି;
11 ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କ’ଣ ସେହିପରି କରିବା ନାହିଁ ?
12 ଏହେତୁ ଏପରି ଘଟିବ ଯେ, ପ୍ରଭୁ ସିୟୋନ ପର୍ବତରେ ଓ ଯିରୂଶାଲମରେ ଆପଣାର ସମସ୍ତ କାର୍ଯ୍ୟ ସାଧନ କଲା ଉତ୍ତାରେ ଆମ୍ଭେ ଅଶୂର-ରାଜର ଅହଙ୍କାରମୟ ଚିତ୍ତରୂପ ଫଳର ଓ ତାହାର ଉଚ୍ଚ ଦୃଷ୍ଟିରୂପ ଆଡ଼ମ୍ବରର ପ୍ରତିଫଳ ଦେବା।