1ଏଥିଉତ୍ତାରେ ଯିଶୀର ଗଣ୍ଡିରୁ ଏକ ପଲ୍ଲବ ନିର୍ଗତ ହେବ ଓ ତାହାର ମୂଳରୁ ଏକ ଶାଖା ଉତ୍ପନ୍ନ ହୋଇ ଫଳ ଫଳିବ;
2ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
3ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,