Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 11

ଯିଶାଇୟ 11:2-6

Help us?
Click on verse(s) to share them!
2ପୁଣି, ସଦାପ୍ରଭୁଙ୍କର ଆତ୍ମା, ଜ୍ଞାନ ଓ ବିବେଚନାର ଆତ୍ମା, ମନ୍ତ୍ରଣା ଓ ପରାକ୍ରମର ଆତ୍ମା, ବୁଦ୍ଧି ଓ ସଦାପ୍ରଭୁ ବିଷୟକ ଭୟର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିବେ;
3ସଦାପ୍ରଭୁ ବିଷୟକ ଭୟରେ ତାହାଙ୍କର ଆମୋଦ ହେବ; ପୁଣି, ସେ ଆପଣା ଚକ୍ଷୁର ଦୃଷ୍ଟି ଅନୁସାରେ ବିଚାର କରିବେ ନାହିଁ, କିଅବା ଆପଣା କର୍ଣ୍ଣପ୍ରାନ୍ତରେ ଶ୍ରବଣାନୁସାରେ ଅନୁଯୋଗ କରିବେ ନାହିଁ,
4ମାତ୍ର ସେ ଧର୍ମରେ ଦୀନହୀନମାନଙ୍କ ବିଚାର କରିବେ ଓ ପୃଥିବୀସ୍ଥ ନମ୍ର ଲୋକମାନଙ୍କ ସକାଶେ ନ୍ୟାୟରେ ଅନୁଯୋଗ କରିବେ; ପୁଣି, ସେ ଆପଣା ମୁଖସ୍ଥିତ ଦଣ୍ଡ ଦ୍ୱାରା ପୃଥିବୀକୁ ଆଘାତ କରିବେ ଓ ଆପଣା ଓଷ୍ଠାଧରର ନିଃଶ୍ୱାସ ଦ୍ୱାରା ଦୁଷ୍ଟକୁ ସଂହାର କରିବେ।
5ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ।
6ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।

Read ଯିଶାଇୟ 11ଯିଶାଇୟ 11
Compare ଯିଶାଇୟ 11:2-6ଯିଶାଇୟ 11:2-6