5ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ।
6ଆଉ, କେନ୍ଦୁଆ ବାଘ ମେଷଛୁଆ ସଙ୍ଗେ ବାସ କରିବ ଓ ଚିତାବାଘ ଛେଳିଛୁଆ ସଙ୍ଗେ ଶୟନ କରିବ; ବାଛୁରି, ଯୁବା ସିଂହ ଓ ହୃଷ୍ଟପୁଷ୍ଟ ପଶୁ ଏକତ୍ର ରହିବେ; ଆଉ, ଏକ ସାନ ପିଲା ସେମାନଙ୍କୁ ଅଡ଼ାଇବ।
7ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।
8ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।
9ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।