7ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।
8ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।
9ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
10ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।
11ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
12ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।
13ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।
14ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।