Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 11

ଯିଶାଇୟ 11:7-16

Help us?
Click on verse(s) to share them!
7ପୁଣି, ଗାଭୀ ଓ ଭଲ୍ଲୁକୀ ଚରିବେ; ସେମାନଙ୍କର ଛୁଆସବୁ ଏକତ୍ର ଶୟନ କରିବେ; ଆଉ, ସିଂହ ବଳଦ ପରି ନଡ଼ା ଖାଇବ।
8ପୁଣି, ସ୍ତନ୍ୟପାୟୀ ଶିଶୁ କାଳସର୍ପର ଗର୍ତ୍ତ ଉପରେ ଖେଳିବ ଓ ତ୍ୟକ୍ତସ୍ତନ୍ୟ ବାଳକ କୃଷ୍ଣସର୍ପର ଗର୍ତ୍ତ ଉପରେ ହସ୍ତ ଥୋଇବ।
9ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ; କାରଣ ସମୁଦ୍ର ଯେପରି ଜଳରେ ଆଚ୍ଛନ୍ନ, ପୃଥିବୀ ସେହିପରି ସଦାପ୍ରଭୁ ବିଷୟକ ଜ୍ଞାନରେ ପରିପୂର୍ଣ୍ଣ ହେବ।
10ଆଉ, ସେହି ଦିନରେ ଗୋଷ୍ଠୀଗଣର ଧ୍ୱଜା ରୂପେ ସ୍ଥାପିତ ଯେ ଯିଶୀର ମୂଳ, ନାନା ଦେଶୀୟମାନେ ତାହାଙ୍କର ଅନ୍ଵେଷଣ କରିବେ; ଆଉ, ତାହାଙ୍କର ବିଶ୍ରାମ ସ୍ଥାନ ଗୌରବାନ୍ୱିତ ହେବ।
11ଆହୁରି, ସେହି ଦିନରେ ପ୍ରଭୁ ଆପଣା ଲୋକମାନଙ୍କର ଅବଶିଷ୍ଟାଂଶକୁ ଅଶୂରରୁ, ମିସରରୁ ଓ ପଥ୍ରୋଷରୁ, କୂଶରୁ, ଏଲମ୍‍, ଶିନୀୟରରୁ ଓ ହମାତରୁ ଓ ସମୁଦ୍ରର ଦ୍ୱୀପସମୂହରୁ ମୁକ୍ତ କରି ଆଣିବା ନିମନ୍ତେ ପୁନର୍ବାର ଦ୍ୱିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ।
12ପୁଣି, ସେ ଗୋଷ୍ଠୀବର୍ଗ ନିମନ୍ତେ ଗୋଟିଏ ଧ୍ୱଜା ଉଠାଇବେ ଓ ପୃଥିବୀର ଚତୁଷ୍କୋଣରୁ ଇସ୍ରାଏଲର ତାଡ଼ିତ ଲୋକମାନଙ୍କୁ ଏକତ୍ର କରିବେ ଓ ଯିହୁଦାର ଛିନ୍ନଭିନ୍ନ ଲୋକମାନଙ୍କୁ ସଂଗ୍ରହ କରିବେ।
13ଆହୁରି, ଇଫ୍ରୟିମର ଈର୍ଷା ଦୂର ହେବ ଓ ଯିହୁଦାକୁ କ୍ଲେଶ ଦେବା ଲୋକମାନେ ଉଚ୍ଛିନ୍ନ ହେବେ; ଇଫ୍ରୟିମ ଯିହୁଦାକୁ ଈର୍ଷା କରିବ ନାହିଁ ଓ ଯିହୁଦା ଇଫ୍ରୟିମକୁ କ୍ଲେଶ ଦେବ ନାହିଁ।
14ପୁଣି, ସେମାନେ ପଶ୍ଚିମ ଦିଗରେ ପଲେଷ୍ଟୀୟମାନଙ୍କ ସ୍କନ୍ଧ ଉପରେ ଝାମ୍ପ ମାରିବେ; ସେମାନେ ଏକତ୍ର ହୋଇ ପୂର୍ବଦେଶୀୟ ସନ୍ତାନଗଣର ଦ୍ରବ୍ୟ ଲୁଟିତ କରିବେ; ସେମାନେ ଇଦୋମ ଓ ମୋୟାବ ଉପରେ ହସ୍ତକ୍ଷେପ କରିବେ ଓ ଅମ୍ମୋନର ଲୋକମାନେ ସେମାନଙ୍କର ଆଜ୍ଞାବହ ହେବେ।
15ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ।
16ପୁଣି, ଇସ୍ରାଏଲ ମିସର ଦେଶରୁ ବାହାର ହୋଇ ଆସିବା ବେଳେ ଯେପରି ତାହା ନିମନ୍ତେ ହୋଇଥିଲା, ସେହିପରି ତାହାଙ୍କ ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ, ଅର୍ଥାତ୍‍, ଅଶୂର ଦେଶରୁ ଅବଶିଷ୍ଟାଂଶ ଲୋକମାନଙ୍କ ନିମନ୍ତେ ଏକ ରାଜପଥ ହେବ।

Read ଯିଶାଇୟ 11ଯିଶାଇୟ 11
Compare ଯିଶାଇୟ 11:7-16ଯିଶାଇୟ 11:7-16