Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 1

ଯିଶାଇୟ 1:1-9

Help us?
Click on verse(s) to share them!
1ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜାଗଣ ଉଷୀୟ, ଯୋଥମ୍‍, ଆହସ୍‌ ଓ ହିଜକୀୟର ରାଜତ୍ଵ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
2ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
3ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।
4ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
5ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
6ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହିସବୁ ଟିପା କିମ୍ବା ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।
7ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।
8ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।
9ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା’ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା’ନ୍ତୁ।

Read ଯିଶାଇୟ 1ଯିଶାଇୟ 1
Compare ଯିଶାଇୟ 1:1-9ଯିଶାଇୟ 1:1-9