10ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
11ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ ?” “ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
12ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି ?