Text copied!
CopyCompare
ଓଡିଆ ବାଇବେଲ - ଯିଶାଇୟ - ଯିଶାଇୟ 1

ଯିଶାଇୟ 1:17-31

Help us?
Click on verse(s) to share them!
17ସୁକ୍ରିୟା କରିବାକୁ ଶିଖ; ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।”
18ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
19ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
20ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।
21ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
22ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।
23ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା’ନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
24ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
25ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
26ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।
27ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।
28ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
29କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍‍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।
30ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ୍‍ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ।
31ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।

Read ଯିଶାଇୟ 1ଯିଶାଇୟ 1
Compare ଯିଶାଇୟ 1:17-31ଯିଶାଇୟ 1:17-31