18ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
19ଯଦି ତୁମ୍ଭେମାନେ ସମ୍ମତ ଓ ଆଜ୍ଞାବହ ହେବ, ତେବେ ଦେଶର ଉତ୍ତମ ଫଳ ଭୋଗ କରିବ।
20ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।
21ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
22ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।
23ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା’ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
24ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;