Text copied!
Bibles in Odia

ଯିଶାଇୟ 1:2-10 in Odia

Help us?

ଯିଶାଇୟ 1:2-10 in ଓଡିଆ ବାଇବେଲ

2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
3 ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।
4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
6 ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହିସବୁ ଟିପା କିମ୍ବା ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।
7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।
8 ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।
9 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା’ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା’ନ୍ତୁ।
10 ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
ଯିଶାଇୟ 1 in ଓଡିଆ ବାଇବେଲ