2ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
3ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ; ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ।
4ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।