21 ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
22 ତୁମ୍ଭର ରୂପା ଖାଦ ହୋଇଅଛି, ତୁମ୍ଭର ଦ୍ରାକ୍ଷାରସ ଜଳମିଶ୍ରିତ ହୋଇଅଛି।
23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା’ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।