Text copied!
Bibles in Odia

ଯିଶାଇୟ 1:23-30 in Odia

Help us?

ଯିଶାଇୟ 1:23-30 in ଓଡିଆ ବାଇବେଲ

23 ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା’ନ୍ତି ଓ ପାରିତୋଷିକର ପଶ୍ଚାଦ୍‍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
24 ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
25 ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
26 ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।
27 ସିୟୋନ ନ୍ୟାୟବିଚାର ଦ୍ୱାରା ଓ ତାହାର ଫେରି ଆସିବା ଲୋକମାନେ ଧାର୍ମିକତା ଦ୍ୱାରା ମୁକ୍ତି ପାଇବେ।
28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍‍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।
30 ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ୍‍ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ।
ଯିଶାଇୟ 1 in ଓଡିଆ ବାଇବେଲ