28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।
30 ଯେହେତୁ ତୁମ୍ଭେମାନେ ଶୁଷ୍କପତ୍ର ଅଲୋନ୍ ବୃକ୍ଷ ଓ ନିର୍ଜଳ ଉଦ୍ୟାନ ତୁଲ୍ୟ ହେବ।
31 ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।