4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
5 ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।
6 ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ; କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହିସବୁ ଟିପା କିମ୍ବା ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ।
7 ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।