7ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ; ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି।
8ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।
9ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ, ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା’ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା’ନ୍ତୁ।
10ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ, ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର।
11ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ ?” “ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
12ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି ?