Text copied!
Bibles in Odia

ଯିଶାଇୟ 43:5-11 in Odia

Help us?

ଯିଶାଇୟ 43:5-11 in ଓଡିଆ ବାଇବେଲ

5 ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ଆମ୍ଭେ ପୂର୍ବ ଦିଗରୁ ତୁମ୍ଭ ବଂଶକୁ ଆଣିବା ଓ ପଶ୍ଚିମ ଦିଗରୁ ତୁମ୍ଭକୁ ସଂଗ୍ରହ କରିବା;
6 ଆମ୍ଭେ ଉତ୍ତର ଦିଗକୁ କହିବା, ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା, ଅଟକାଇ ରଖ ନାହିଁ; ଆମ୍ଭ ପୁତ୍ରଗଣକୁ ଦୂରରୁ ଓ ଆମ୍ଭ କନ୍ୟାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ;
7 ଆମ୍ଭ ନାମରେ ଖ୍ୟାତ ଓ ଯାହାକୁ ଆମ୍ଭେ ଆପଣା ଗୌରବାର୍ଥେ ସୃଷ୍ଟି କରିଅଛୁ, ଏପରି ପ୍ରତ୍ୟେକ ଲୋକକୁ ଆଣ; ଆମ୍ଭେ ତାହାକୁ ଗଢ଼ିଅଛୁ; ହଁ, ଆମ୍ଭେ ତାହାକୁ ନିର୍ମାଣ କରିଅଛୁ।
8 ଚକ୍ଷୁ ଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର, ଏହି ଲୋକଙ୍କୁ ବାହାର କରି ଆଣ।
9 ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ।
10 ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ,” ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ।
11 ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ।
ଯିଶାଇୟ 43 in ଓଡିଆ ବାଇବେଲ