Text copied!
Bibles in Odia

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 24:15-18 in Odia

Help us?

ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 24:15-18 in ଓଡିଆ ବାଇବେଲ

15 ଆହୁରି, ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
16 “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ତୁମ୍ଭ ନୟନର ପ୍ରୀତିପାତ୍ରକୁ ଏକ ଆଘାତରେ ହରଣ କରିବା; ତଥାପି ତୁମ୍ଭେ ବିଳାପ କି କ୍ରନ୍ଦନ କରିବ ନାହିଁ, କିଅବା ତୁମ୍ଭର ଚକ୍ଷୁରୁ ଲୋତକ ଧାର ବହିବ ନାହିଁ।
17 ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”
18 ତହିଁରେ ମୁଁ ପ୍ରାତଃକାଳରେ ଲୋକମାନଙ୍କ ସଙ୍ଗେ କଥା କହିଲି; ପୁଣି, ସନ୍ଧ୍ୟା ବେଳେ ମୋର ଭାର୍ଯ୍ୟା ମଲା, ତହିଁରେ ପ୍ରାତଃକାଳରେ ମୁଁ ଆଜ୍ଞାନୁସାରେ କର୍ମ କଲି।
ଯିହିଜିକଲ ଭବିଷ୍ୟଦବକ୍ତାଙ୍କ ପୁସ୍ତକ 24 in ଓଡିଆ ବାଇବେଲ