Text copied!
Bibles in Odia

ଯିହୋଶୂୟ 10:34-38 in Odia

Help us?

ଯିହୋଶୂୟ 10:34-38 in ଓଡିଆ ବାଇବେଲ

34 ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍‍ରୁ ଇଗ୍ଲୋନ୍‍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
35 ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍‍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।
36 ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍‍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;
37 ପୁଣି ସେମାନେ ତାହା ହସ୍ତଗତ କରି ତାହାକୁ ଓ ତହିଁର ରାଜାକୁ, ଆଉ ତହିଁର ସମସ୍ତ ନଗର ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ; ଯେପରି ସେ ଇଗ୍ଲୋନ୍‍ ପ୍ରତି କରିଥିଲେ, ତଦନୁସାରେ ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ତାହାକୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
38 ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଦବୀରକୁ ଫେରିଲେ ଓ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ।
ଯିହୋଶୂୟ 10 in ଓଡିଆ ବାଇବେଲ