40ଏହିରୂପେ ଯିହୋଶୂୟ ପର୍ବତମୟ ଦେଶ ଓ ଦକ୍ଷିଣ ପ୍ରଦେଶ ଓ ତଳଭୂମି ଓ ଅଧିତ୍ୟକାଦି ସମସ୍ତ ଦେଶ ଓ ତହିଁର ସମସ୍ତ ରାଜାଙ୍କୁ ପରାସ୍ତ କରି ବଧ କଲେ; ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ମାତ୍ର ସେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ନିଃଶ୍ୱାସପ୍ରଶ୍ୱାସଧାରୀ ସମସ୍ତଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
41ପୁଣି ଯିହୋଶୂୟ କାଦେଶ-ବର୍ଣ୍ଣେୟଠାରୁ ଘସା ପର୍ଯ୍ୟନ୍ତ ସେମାନଙ୍କୁ ଓ ଗିବୀୟୋନ୍ ପର୍ଯ୍ୟନ୍ତ ଗୋଶନର ସମସ୍ତ ଦେଶ ପରାସ୍ତ କଲେ।