Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 10

ଯିହୋଶୂୟ 10:8-36

Help us?
Click on verse(s) to share them!
8ଏଥିରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କୁ ଭୟ ନ କର; କାରଣ ଆମ୍ଭେ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ସେମାନଙ୍କ ମଧ୍ୟରୁ ଜଣେ ହେଲେ ତୁମ୍ଭ ସମ୍ମୁଖରେ ଛିଡ଼ା ହୋଇ ପାରିବ ନାହିଁ।
9ତହୁଁ ଯିହୋଶୂୟ ଅକସ୍ମାତ୍‍ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; କାରଣ ସେ ଗିଲ୍‍ଗଲ୍‍ଠାରୁ ରାତ୍ରିଯାକ ଚାଲିଥିଲେ।
10ସେତେବେଳେ ସଦାପ୍ରଭୁ ଇସ୍ରାଏଲ ସାକ୍ଷାତରେ ସେମାନଙ୍କୁ ଉଦ୍‍ବିଗ୍ନ କଲେ ଓ ସେ ଗିବୀୟୋନ୍‍ରେ ସେମାନଙ୍କୁ ମହାସଂହାରରେ ସଂହାର କଲେ, ପୁଣି ବେଥ୍-ହୋରଣର ଘାଟୀ ପଥ ଦେଇ ସେମାନଙ୍କୁ ଘଉଡ଼ାଇ ଦେଲେ, ଆଉ ଅସେକା ଓ ମକ୍‍କେଦା ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
11ଏଥିରେ ସେମାନେ ଇସ୍ରାଏଲ ସମ୍ମୁଖରୁ ପଳାଉ ପଳାଉ ଯେତେବେଳେ ବେଥ୍-ହୋରଣର ଗଡ଼ାଣି ପଥରେ ଉପସ୍ଥିତ ହେଲେ, ସେତେବେଳେ ସଦାପ୍ରଭୁ ଅସେକା ପର୍ଯ୍ୟନ୍ତ ସେମାନଙ୍କ ଉପରେ ଆକାଶରୁ ବଡ଼ ବଡ଼ ଶିଳାବୃଷ୍ଟି କଲେ, ତହିଁରେ ସେମାନେ ମଲେ; ଇସ୍ରାଏଲ ସନ୍ତାନମାନେ ଖଡ୍ଗରେ ଯେତେ ଲୋକ ବଧ କରିଥିଲେ, ତତୋଧିକ ଲୋକ ଶିଳାବୃଷ୍ଟିରେ ମଲେ।
12ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରେ ଇମୋରୀୟମାନଙ୍କୁ ସମର୍ପଣ କରିବା ଦିନ ଯିହୋଶୂୟ ସଦାପ୍ରଭୁଙ୍କୁ କହିଲେ; ପୁଣି ସେ ଇସ୍ରାଏଲଙ୍କ ସାକ୍ଷାତରେ କହିଲେ, ସୂର୍ଯ୍ୟ, ଗିବୀୟୋନ୍‍ ଉପରେ ତୁମ୍ଭେ ସ୍ତବ୍ଧ ହୁଅ; ଆଉ ଚନ୍ଦ୍ର, ତୁମ୍ଭେ ଅୟାଲୋନ୍‍ର ତଳ ଭୂମିରେ (ସ୍ତବ୍ଧ ହୁଅ)।
13ତହିଁରେ ଲୋକମାନେ ଆପଣା ଶତ୍ରୁମାନଙ୍କଠାରୁ ପରିଶୋଧ ନେବା ପର୍ଯ୍ୟନ୍ତ ସୂର୍ଯ୍ୟ ସ୍ତବ୍ଧ ହେଲା ଓ ଚନ୍ଦ୍ର ସ୍ଥଗିତ ହେଲା। ଏହା କି ନ୍ୟାୟ ପୁସ୍ତକରେ ଲେଖା ନାହିଁ ? ଆଉ ସୂର୍ଯ୍ୟ ଆକାଶର ମଧ୍ୟସ୍ଥାନରେ ସ୍ଥଗିତ ରହିଲା ଓ ପ୍ରାୟ ସମ୍ପୂର୍ଣ୍ଣ ଏକ ଦିନ ଅସ୍ତ ଯିବାକୁ ଚଞ୍ଚଳ ହେଲା ନାହିଁ।
14ଯେଉଁ ଦିନ ସଦାପ୍ରଭୁ ମନୁଷ୍ୟର ରବ ଏରୂପ ଶୁଣିଲେ, ଏଥିପୂର୍ବେ ବା ଏଉତ୍ତାରେ ଏପରି ଦିନ ଆଉ ହୋଇ ନାହିଁ; କାରଣ ସଦାପ୍ରଭୁ ଇସ୍ରାଏଲ ପକ୍ଷରେ ଯୁଦ୍ଧ କଲେ।
15ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସହିତ ସମୁଦାୟ ଇସ୍ରାଏଲ ଗିଲ୍‍ଗଲ୍‍-ଛାଉଣିକୁ ନେଉଟି ଆସିଲେ।
16ଏଥିମଧ୍ୟରେ ସେହି ପାଞ୍ଚ ରାଜା ପଳାଇ ମକ୍‍କେଦା ଗୁମ୍ଫାରେ ଆପଣାମାନଙ୍କୁ ଲୁଚାଇଲେ।
17ତହୁଁ ସେହି ପାଞ୍ଚ ରାଜା ମକ୍‍କେଦା ଗୁମ୍ଫାରେ ଲୁଚି ରହିଅଛନ୍ତି, ଏ କଥା ଯିହୋଶୂୟଙ୍କୁ କୁହାଯା’ନ୍ତେ,
18ଯିହୋଶୂୟ କହିଲେ, ବଡ଼ ବଡ଼ ପଥର ଗୁମ୍ଫା ମୁହଁକୁ ଗଡ଼ାଇଦିଅ ଓ ସେମାନଙ୍କୁ ରକ୍ଷା କରିବା ପାଇଁ ଲୋକ ନିଯୁକ୍ତ କର।
19ମାତ୍ର ତୁମ୍ଭେମାନେ ସ୍ଥଗିତ ହୋଇ ରୁହ ନାହିଁ; ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଅ, ସେମାନଙ୍କ ପଛରେ ଥିବା ଲୋକମାନଙ୍କୁ ଉଚ୍ଛିନ୍ନ କର; ସେମାନଙ୍କୁ ତାଙ୍କ ନଗର ଭିତରକୁ ଯିବାକୁ ଦିଅ ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।
20ଏଥିରେ ଯିହୋଶୂୟ ଓ ଇସ୍ରାଏଲ ସନ୍ତାନଗଣ ସେମାନଙ୍କ ସର୍ବନାଶ ପର୍ଯ୍ୟନ୍ତ ଓ ସେମାନଙ୍କ ଅବଶିଷ୍ଟ ଲୋକମାନେ କୌଣସି କୌଣସି ପ୍ରାଚୀରବେଷ୍ଟିତ ନଗରକୁ ପଳାଇବା ପର୍ଯ୍ୟନ୍ତ ସେମାନଙ୍କୁ ମହାସଂହାରରେ ସଂହାର କଲେ।
21ତହୁଁ ସମସ୍ତ ଲୋକ ମକ୍‍କେଦା ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କୁଶଳରେ ଫେରି ଆସିଲେ; ଇସ୍ରାଏଲ ସନ୍ତାନଗଣର କାହାରି ପ୍ରତିକୂଳରେ କେହି ମୁଖ ଖୋଲିବା ପାଇଁ ସାହସ କଲେ ନାହିଁ।
22ଏଥିଉତ୍ତାରେ ଯିହୋଶୂୟ କହିଲେ, ସେହି ଗୁମ୍ଫା ମୁହଁ ମୁକୁଳା କରି ଗୁମ୍ଫାରୁ ସେହି ପାଞ୍ଚ ରାଜାଙ୍କୁ ବାହାର କରି ମୋହର ନିକଟକୁ ଆଣ।
23ତହିଁରେ ସେମାନେ ସେପରି କଲେ, ପୁଣି ଯିରୂଶାଲମର ରାଜାକୁ, ହିବ୍ରୋଣର ରାଜାକୁ, ଯର୍ମୂତର ରାଜାକୁ, ଲାଖୀଶ୍‍ର ରାଜାକୁ, ଇଗ୍ଲୋନ୍‍ର ରାଜାକୁ, ଏହି ପାଞ୍ଚ ରାଜାଙ୍କୁ ସେହି ଗୁମ୍ଫାରୁ ବାହାର କରି ତାଙ୍କ ନିକଟକୁ ଆଣିଲେ।
24ଏହିରୂପେ ସେମାନେ ସେହି ରାଜାମାନଙ୍କୁ ଯିହୋଶୂୟଙ୍କ ନିକଟକୁ ଆଣିଲା ଉତ୍ତାରେ ଯିହୋଶୂୟ ଇସ୍ରାଏଲର ସମସ୍ତ ପୁରୁଷଙ୍କୁ ଡାକି ତାଙ୍କ ସଙ୍ଗେ ଯାଇଥିବା ସେନାପତିମାନଙ୍କୁ କହିଲେ, ନିକଟକୁ ଆସି ଏହି ରାଜାମାନଙ୍କ ବେକରେ ପାଦ ଦିଅ। ତହିଁରେ ସେମାନେ ନିକଟକୁ ଆସି ସେମାନଙ୍କ ବେକରେ ପାଦ ଦେଲେ।
25ପୁଣି ଯିହୋଶୂୟ ସେମାନଙ୍କୁ କହିଲେ, ଭୟ ନ କର, ଅବା ନିରାଶ ନ ହୁଅ; ବଳବାନ ଓ ସାହସିକ ହୁଅ; କାରଣ ତୁମ୍ଭେମାନେ ଯେଉଁମାନଙ୍କ ସଙ୍ଗେ ଯୁଦ୍ଧ କରିବ, ତୁମ୍ଭମାନଙ୍କର ସେହି ସମସ୍ତ ଶତ୍ରୁଙ୍କୁ ସଦାପ୍ରଭୁ ଏହି ପ୍ରକାର କରିବେ।
26ଏଉତ୍ତାରେ ଯିହୋଶୂୟ ଆଘାତ ଦ୍ୱାରା ସେମାନଙ୍କୁ ବଧ କରି ପାଞ୍ଚ ବୃକ୍ଷରେ ଟଙ୍ଗାଇଲେ; ଆଉ ସେମାନେ ସନ୍ଧ୍ୟା ପର୍ଯ୍ୟନ୍ତ ସେହି ବୃକ୍ଷମାନଙ୍କରେ ଟଙ୍ଗା ହୋଇ ରହିଲେ।
27ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇ ଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।
28ଏଥିଉତ୍ତାରେ ଯିହୋଶୂୟ ସେହି ଦିନ ମକ୍‍କେଦା ହସ୍ତଗତ କରି ଖଡ୍ଗଧାରରେ ନଗରକୁ ଓ ତହିଁର ରାଜାକୁ ଆଘାତ କଲେ; ସେ ସେମାନଙ୍କୁ ଓ ତନ୍ମଧ୍ୟସ୍ଥିତ ସମସ୍ତ ପ୍ରାଣୀଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; କାହାକୁ ଅବଶିଷ୍ଟ ରଖିଲେ ନାହିଁ; ପୁଣି ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ମକ୍‍କେଦା ରାଜା ପ୍ରତି କଲେ।
29ଏଥିଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ମକ୍‍କେଦାରୁ ଲିବ୍‍ନାକୁ ଗଲେ ଓ ଲିବ୍‍ନା ପ୍ରତିକୂଳରେ ଯୁଦ୍ଧ କଲେ;
30ତହିଁରେ ସଦାପ୍ରଭୁ ତାହାକୁ, ମଧ୍ୟ ତହିଁର ରାଜାକୁ ଇସ୍ରାଏଲ ହସ୍ତରେ ସମର୍ପଣ କଲେ; ତେଣୁ ସେ ତାହା ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀକୁ ଖଡ୍ଗଧାରରେ ଆଘାତ କଲେ, ସେ କାହାକୁ ଅବଶିଷ୍ଟ ରଖିଲେ ନାହିଁ; ସେ ଯେପରି ଯିରୀହୋ ରାଜା ପ୍ରତି କରିଥିଲେ, ସେପରି ତହିଁର ରାଜା ପ୍ରତି କଲେ।
31ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲିବ୍‍ନାରୁ ଲାଖୀଶ୍‍କୁ ଯାଇ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
32ତହିଁରେ ସଦାପ୍ରଭୁ ଲାଖୀଶ୍‍କୁ ଇସ୍ରାଏଲର ହସ୍ତଗତ କରନ୍ତେ, ସେମାନେ ଦ୍ୱିତୀୟ ଦିନ ଲାଖୀଶ୍‍ ଆକ୍ରମଣ କରି ଯେପରି ଲିବ୍‍ନା ପ୍ରତି କରିଥିଲେ, ସେହିପରି ତାହାକୁ ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କଲେ।
33ସେ ସମୟରେ ଗେଷର୍‍ର ରାଜା ହୋରମ୍‍ ଲାଖୀଶ୍‍ର ସହାୟତା କରିବାକୁ ଆସିଥିଲା; ତେଣୁ ଯିହୋଶୂୟ ତାହାର କାହାକୁ ଅବଶିଷ୍ଟ ନ ରଖିବା ଯାଏ ତାହାକୁ ଓ ତାହାର ଲୋକମାନଙ୍କୁ ଆଘାତ କଲେ।
34ତହୁଁ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଲାଖୀଶ୍‍ରୁ ଇଗ୍ଲୋନ୍‍କୁ ଗଲେ ଓ ସେମାନେ ତହିଁ ନିକଟରେ ଛାଉଣି କରି ତହିଁ ବିରୁଦ୍ଧରେ ଯୁଦ୍ଧ କଲେ।
35ପୁଣି ସେହି ଦିନ ସେମାନେ ତାହା ହସ୍ତଗତ କରି ତାକୁ ଖଡ୍ଗଧାରରେ ଆଘାତ କଲେ ଓ ସେ ଯେପରି ଲାଖୀଶ୍‍ ପ୍ରତି କରିଥିଲେ, ସେପରି ତହିଁ ମଧ୍ୟସ୍ଥ ସମସ୍ତ ପ୍ରାଣୀଙ୍କୁ ସେହି ଦିନ ବର୍ଜିତ ରୂପେ ବିନାଶ କଲେ।
36ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଇଗ୍ଲୋନ୍‍ରୁ ହିବ୍ରୋଣକୁ ଗଲେ ଓ ସେମାନେ ତହିଁ ପ୍ରତିକୂଳରେ ଯୁଦ୍ଧ କଲେ;

Read ଯିହୋଶୂୟ 10ଯିହୋଶୂୟ 10
Compare ଯିହୋଶୂୟ 10:8-36ଯିହୋଶୂୟ 10:8-36