Text copied!
Bibles in Odia

ଯିହୋଶୂୟ 11:11-18 in Odia

Help us?

ଯିହୋଶୂୟ 11:11-18 in ଓଡିଆ ବାଇବେଲ

11 ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାସୋରକୁ ଅଗ୍ନିରେ ଦଗ୍ଧ କଲେ।
12 ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
13 ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।
14 ଆଉ ଇସ୍ରାଏଲ ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।
15 ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ।
16 ଏହିରୂପେ ଯିହୋଶୂୟ ସେହିସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;
17 ସେୟୀରଗାମୀ ହାଲକ୍‍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍‍ଗାଦ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।
18 ଯିହୋଶୂୟ ସେହି ରାଜାମାନଙ୍କ ସଙ୍ଗେ ଅନେକ ଦିନ ଯୁଦ୍ଧ କଲେ।
ଯିହୋଶୂୟ 11 in ଓଡିଆ ବାଇବେଲ