Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 11

ଯିହୋଶୂୟ 11:12-21

Help us?
Click on verse(s) to share them!
12ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
13ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।
14ଆଉ ଇସ୍ରାଏଲ ସନ୍ତାନଗଣ ସେସବୁ ନଗରର ଦ୍ରବ୍ୟାଦି ଓ ପଶୁଗଣକୁ ଆପଣାମାନଙ୍କ ନିମନ୍ତେ ଲୁଟ କରି ନେଲେ; ମାତ୍ର ସମ୍ପୂର୍ଣ୍ଣ ରୂପେ ବଧ କରିବା ଯାଏ ସେମାନେ ଖଡ୍ଗଧାରରେ ପ୍ରତ୍ୟେକ ମନୁଷ୍ୟକୁ ଆଘାତ କଲେ, ପୁଣି ସେମାନେ ନିଃଶ୍ୱାସପ୍ରଶ୍ୱାସଧାରୀ କାହାକୁ ଅବଶିଷ୍ଟ ରଖିଲେ ନାହିଁ।
15ସଦାପ୍ରଭୁ ଆପଣା ସେବକ ମୋଶାଙ୍କୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ; ଆଉ ଯିହୋଶୂୟ ତଦନୁସାରେ କର୍ମ କଲେ; ସଦାପ୍ରଭୁ ମୋଶାଙ୍କୁ ଯେ ଯେ ଆଜ୍ଞା ଦେଇଥିଲେ, ସେସବୁ ମଧ୍ୟରୁ କୌଣସି କଥା ସେ ଅନ୍ୟଥା କଲେ ନାହିଁ।
16ଏହିରୂପେ ଯିହୋଶୂୟ ସେହିସବୁ ପ୍ରଦେଶ ଓ ସେଠାର ପର୍ବତମୟ ଦେଶ ଓ ସମସ୍ତ ଦକ୍ଷିଣାଞ୍ଚଳ ଓ ଗୋଶନର ସମସ୍ତ ପ୍ରଦେଶ ଓ ତଳଭୂମି ଓ ପଦାଭୂମି ଓ ଇସ୍ରାଏଲର ପର୍ବତମୟ ଦେଶ ଓ ତହିଁର ତଳଭୂମି;
17ସେୟୀରଗାମୀ ହାଲକ୍‍ ପର୍ବତଠାରୁ ହର୍ମୋଣ ପର୍ବତର ନୀଚସ୍ଥ ଲିବାନୋନ ସମସ୍ଥଳୀରେ ଥିବା ବାଲ୍‍ଗାଦ୍‍ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲେ; ପୁଣି ସେମାନଙ୍କର ସମସ୍ତ ରାଜାଙ୍କୁ ଧରି ଆଘାତପୂର୍ବକ ବଧ କଲେ।
18ଯିହୋଶୂୟ ସେହି ରାଜାମାନଙ୍କ ସଙ୍ଗେ ଅନେକ ଦିନ ଯୁଦ୍ଧ କଲେ।
19ଗିବୀୟୋନ୍‍ ନିବାସୀ ହିବ୍ବୀୟ ଲୋକମାନଙ୍କ ଛଡ଼ା ଆଉ କୌଣସି ନଗରୀୟ ଲୋକମାନେ ଇସ୍ରାଏଲ ସନ୍ତାନଗଣ ସଙ୍ଗରେ ସନ୍ଧି କଲେ ନାହିଁ; ସେମାନେ ଯୁଦ୍ଧ କରି ଅନ୍ୟ ସମସ୍ତ ହସ୍ତଗତ କଲେ।
20କାରଣ ସେମାନେ ଇସ୍ରାଏଲ ସହିତ ଯୁଦ୍ଧ କରିବାକୁ ଆସି ଯେପରି ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହୋଇ ଦୟା ନ ପାଇବେ, ମାତ୍ର ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଉଚ୍ଛିନ୍ନ ହେବେ, ଏନିମନ୍ତେ ସେମାନଙ୍କ ହୃଦୟ କଠିନ କରିବାକୁ ସଦାପ୍ରଭୁଙ୍କର ମାନସ ଥିଲା।
21ଆଉ ସେହି ସମୟରେ ଯିହୋଶୂୟ ଆସି ପର୍ବତମୟ ଦେଶରୁ, ହିବ୍ରୋଣରୁ, ଦବୀରରୁ, ଅନାବରୁ ଓ ଯିହୁଦାର ସମସ୍ତ ପର୍ବତମୟ ଦେଶରୁ ଓ ଇସ୍ରାଏଲର ସମସ୍ତ ପର୍ବତମୟ ଦେଶରୁ ଅନାକୀୟମାନଙ୍କୁ ଉଚ୍ଛିନ୍ନ କଲେ; ଯିହୋଶୂୟ ସେମାନଙ୍କ ନଗର ସମେତ ସେମାନଙ୍କୁ ବର୍ଜିତ ରୂପେ ବିନାଶ କଲେ।

Read ଯିହୋଶୂୟ 11ଯିହୋଶୂୟ 11
Compare ଯିହୋଶୂୟ 11:12-21ଯିହୋଶୂୟ 11:12-21