Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 11

ଯିହୋଶୂୟ 11:4-13

Help us?
Click on verse(s) to share them!
4ତହିଁରେ ସେମାନେ ଆପଣା ଆପଣା ସୈନ୍ୟ ସହିତ ଅପାର ଲୋକ ସମୁଦ୍ର ତୀରସ୍ଥ ବାଲୁକା ତୁଲ୍ୟ ଲୋକାରଣ୍ୟ ହୋଇ ଅନେକ ଅନେକ ଅଶ୍ୱ ଓ ରଥ ସଙ୍ଗେ ନେଇ ବାହାର ହେଲେ।
5ପୁଣି ଏ ସମସ୍ତ ରାଜା ଏକତ୍ର ମିଳିଲେ ଓ ଇସ୍ରାଏଲ ସହିତ ଯୁଦ୍ଧ କରିବା ପାଇଁ ଆସି ମେରୋମ୍‍ ନାମକ ଜଳାଶୟ ନିକଟରେ ଏକତ୍ର ଛାଉଣି ସ୍ଥାପନ କଲେ।
6ତହୁଁ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ସେମାନଙ୍କ ସମ୍ମୁଖରେ ଭୀତ ନ ହୁଅ; କାରଣ କାଲି ଏହି ସମୟରେ ଆମ୍ଭେ ସେସମସ୍ତଙ୍କୁ ଇସ୍ରାଏଲ ସମ୍ମୁଖରେ ହତ କରି ସମର୍ପଣ କରିବା; ତୁମ୍ଭେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟିବ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କରିବ।
7ପୁଣି ଯିହୋଶୂୟ ଓ ସମସ୍ତ ଯୋଦ୍ଧା ମେରୋମ୍‍ ଜଳାଶୟ ନିକଟରେ ହଠାତ୍ ସେମାନଙ୍କ ବିରୁଦ୍ଧରେ ଆସି ସେମାନଙ୍କୁ ଆକ୍ରମଣ କଲେ।
8ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।
9ଆଉ ଯିହୋଶୂୟ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ସେମାନଙ୍କ ଅଶ୍ୱଗଣର ପାଦଶିରା କାଟି ପକାଇଲେ ଓ ସେମାନଙ୍କ ରଥସବୁ ଅଗ୍ନିରେ ଦଗ୍ଧ କଲେ।
10ସେହି ସମୟରେ ଯିହୋଶୂୟ ଫେରି ଆସି ହାସୋର ହସ୍ତଗତ କଲେ ଓ ତହିଁର ରାଜାକୁ ଖଡ୍ଗରେ ଆଘାତ କଲେ; ପୂର୍ବକାଳରେ ହାସୋର ସେହି ସବୁ ରାଜ୍ୟର ମସ୍ତକ ଥିଲା।
11ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାସୋରକୁ ଅଗ୍ନିରେ ଦଗ୍ଧ କଲେ।
12ପୁଣି ଯିହୋଶୂୟ ସେହି ରାଜାଗଣର ସମସ୍ତ ନଗର ଓ ସେସବୁର ରାଜାମାନଙ୍କୁ ହସ୍ତଗତ କଲେ ଓ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଆଜ୍ଞାନୁସାରେ ଖଡ୍ଗଧାରରେ ସେମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ।
13ମାତ୍ର ଆପଣା ଆପଣା ଟିକର ଉପରେ ସ୍ଥାପିତ ନଗରମାନ ମଧ୍ୟରୁ କେବଳ ହାସୋର ବିନୁ ଆଉ କୌଣସି ନଗର ଇସ୍ରାଏଲ ଦଗ୍ଧ କଲେ ନାହିଁ; ତାହା ଯିହୋଶୂୟ ଦଗ୍ଧ କଲେ।

Read ଯିହୋଶୂୟ 11ଯିହୋଶୂୟ 11
Compare ଯିହୋଶୂୟ 11:4-13ଯିହୋଶୂୟ 11:4-13