Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 13

ଯିହୋଶୂୟ 13:1-30

Help us?
Click on verse(s) to share them!
1ଏହି ସମୟରେ ଯିହୋଶୂୟ ବୃଦ୍ଧ ଓ ଗତ-ବୟସ୍କ ହୋଇଥିଲେ; ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭେ ବୃଦ୍ଧ ଓ ଗତବୟସ୍କ ହେଲ; ମାତ୍ର ଏବେ ହେଁ ବହୁତ ଦେଶ ଅଧିକାର କରିବାକୁ ଅବଶିଷ୍ଟ ଅଛି।
2ସେହି ଅବଶିଷ୍ଟ ଦେଶ ଏହି; ପଲେଷ୍ଟୀୟମାନଙ୍କ ସମସ୍ତ ମଣ୍ଡଳ ଓ ଗଶୂରୀୟମାନଙ୍କ ସମସ୍ତ ଅଞ୍ଚଳ;
3ଅର୍ଥାତ୍‍, ମିସର-ସମ୍ମୁଖସ୍ଥିତ ଶୀହୋରଠାରୁ ଇକ୍ରୋଣର ଉତ୍ତରସୀମା ପର୍ଯ୍ୟନ୍ତ କିଣାନୀୟମାନଙ୍କ ଦେଶ; ଘସାତୀୟ ଓ ଅସ୍‍ଦୋଦୀୟ, ଅସ୍କିଲୋନୀୟ, ଗାଥୀୟ ଓ ଇକ୍ରୋଣୀୟ, ପଲେଷ୍ଟୀୟ ଏହି ପାଞ୍ଚ ଅଧିପତିମାନଙ୍କ ଦେଶ;
4ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।
5ପୁଣି ଗିବ୍‍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍‍ଗାଦ୍‍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।
6ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।
7ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରି ଦିଅ।
8ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,
9ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
10ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍‍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;
11ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
12ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।
13ତଥାପି ଇସ୍ରାଏଲ ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି।
14କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ।
15ପୁଣି ମୋଶା ରୁବେନ୍‍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।
16ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;
17ହିଷ୍‍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍‍ବାଲ ଓ ବେଥ୍-ବାଲ-ମିୟୋନ,
18ଯହସ୍‍ ଓ କଦେମୋତ୍‍ ଓ ମେଫାତ୍‍
19ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର
20ଓ ବେଥ୍-ପିୟୋର ଓ ଅସଦୋତ୍‍-ପିସ୍‍ଗା ଓ ବେଥ୍-ଯିଶିମୋତ୍‍, ତହିଁର ଏହି ସମସ୍ତ ନଗର।
21ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।
22ଇସ୍ରାଏଲ ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।
23ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
24ଆଉ ମୋଶା ଗାଦ୍‍ ବଂଶୀୟ ଗାଦ୍‍-ସନ୍ତାନମାନଙ୍କୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।
25ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।
26ପୁଣି ହିଷ୍‍ବୋନଠାରୁ ରାମତ୍‍-ମିସ୍ପେ ଓ ବଟନୀମ୍‍ ପର୍ଯ୍ୟନ୍ତ ଓ ମହନୟିମଠାରୁ ଦବୀର ସୀମା ପର୍ଯ୍ୟନ୍ତ
27ଓ ତଳଭୂମିରେ ବେଥ୍-ହାରମ୍‍ ଓ ବେଥ୍-ନିମ୍ରା ଓ ସୁକ୍‍କୋତ ଓ ସାଫୋନ୍‍ ଓ ହିଷ୍‍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍‍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।
28ଗାଦ୍‍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
29ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା।
30ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍‍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର

Read ଯିହୋଶୂୟ 13ଯିହୋଶୂୟ 13
Compare ଯିହୋଶୂୟ 13:1-30ଯିହୋଶୂୟ 13:1-30