Text copied!
Bibles in Odia

ଯିହୋଶୂୟ 13:13-22 in Odia

Help us?

ଯିହୋଶୂୟ 13:13-22 in ଓଡିଆ ବାଇବେଲ

13 ତଥାପି ଇସ୍ରାଏଲ ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି।
14 କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ।
15 ପୁଣି ମୋଶା ରୁବେନ୍‍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।
16 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;
17 ହିଷ୍‍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍‍ବାଲ ଓ ବେଥ୍-ବାଲ-ମିୟୋନ,
18 ଯହସ୍‍ ଓ କଦେମୋତ୍‍ ଓ ମେଫାତ୍‍
19 ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର
20 ଓ ବେଥ୍-ପିୟୋର ଓ ଅସଦୋତ୍‍-ପିସ୍‍ଗା ଓ ବେଥ୍-ଯିଶିମୋତ୍‍, ତହିଁର ଏହି ସମସ୍ତ ନଗର।
21 ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।
22 ଇସ୍ରାଏଲ ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।
ଯିହୋଶୂୟ 13 in ଓଡିଆ ବାଇବେଲ