Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 13

ଯିହୋଶୂୟ 13:22-32

Help us?
Click on verse(s) to share them!
22ଇସ୍ରାଏଲ ସନ୍ତାନଗଣ ଖଡ୍ଗଧାରରେ ଯେଉଁମାନଙ୍କୁ ବଧ କରିଥିଲେ, ସେମାନଙ୍କ ମଧ୍ୟରେ ବିୟୋରର ପୁତ୍ର ମନ୍ତ୍ରଜ୍ଞ ବିଲୀୟମ୍‍କୁ ମଧ୍ୟ ବଧ କରିଥିଲେ।
23ଆଉ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନ୍‍-ସନ୍ତାନଗଣର ସୀମା ଥିଲା, ରୁବେନ୍‍-ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
24ଆଉ ମୋଶା ଗାଦ୍‍ ବଂଶୀୟ ଗାଦ୍‍-ସନ୍ତାନମାନଙ୍କୁ ସେମାନଙ୍କ ବଂଶାନୁସାରେ ଅଧିକାର ଦେଲେ।
25ଯାସେର ଓ ଗିଲୀୟଦର ସମସ୍ତ ନଗର ଓ ରବ୍ବାର ସମ୍ମୁଖସ୍ଥ ଅରୋୟେର ପର୍ଯ୍ୟନ୍ତ ଅମ୍ମୋନ-ସନ୍ତାନଗଣର ଅର୍ଦ୍ଧ ଦେଶ ସେମାନଙ୍କର ସୀମା ହେଲା।
26ପୁଣି ହିଷ୍‍ବୋନଠାରୁ ରାମତ୍‍-ମିସ୍ପେ ଓ ବଟନୀମ୍‍ ପର୍ଯ୍ୟନ୍ତ ଓ ମହନୟିମଠାରୁ ଦବୀର ସୀମା ପର୍ଯ୍ୟନ୍ତ
27ଓ ତଳଭୂମିରେ ବେଥ୍-ହାରମ୍‍ ଓ ବେଥ୍-ନିମ୍ରା ଓ ସୁକ୍‍କୋତ ଓ ସାଫୋନ୍‍ ଓ ହିଷ୍‍ବୋନସ୍ଥ ସୀହୋନ ରାଜାର ଅବଶିଷ୍ଟ ରାଜ୍ୟ, ପୁଣି ଯର୍ଦ୍ଦନର ପୂର୍ବ ତୀରସ୍ଥ କିନ୍ନେରତ୍‍ ହ୍ରଦର ପ୍ରାନ୍ତ ପର୍ଯ୍ୟନ୍ତ ଯର୍ଦ୍ଦନ ଓ ତହିଁର ଅଞ୍ଚଳ।
28ଗାଦ୍‍ର ସନ୍ତାନମାନଙ୍କ ବଂଶାନୁସାରେ ଏହିସବୁ ନଗର ତହିଁର ଗ୍ରାମ ସମେତ ସେମାନଙ୍କର ଅଧିକାର ହେଲା।
29ଆଉ ମୋଶା ମନଃଶିର ଅର୍ଦ୍ଧ ବଂଶକୁ ଅଧିକାର ଦେଲେ; ମନଃଶି-ସନ୍ତାନଗଣର ବଂଶାନୁସାରେ ତାହା ସେମାନଙ୍କ ଅର୍ଦ୍ଧ ବଂଶର ହେଲା।
30ସେମାନଙ୍କର ସୀମା ମହନୟିମଠାରୁ ସମସ୍ତ ବାଶନ ଦେଶ, ବାଶନର ରାଜା ଓଗ୍‍ର ସମସ୍ତ ରାଜ୍ୟ ଓ ବାଶନର ଅନ୍ତର୍ଗତ ଯାୟୀରର ସମସ୍ତ ଉପନଗର, ଏରୂପେ ଷାଠିଏ ନଗର
31ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍‍ ଓ ଇଦ୍ରିୟୀ, ଓଗ୍‍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।
32ଯର୍ଦ୍ଦନ ପୂର୍ବପାରିରେ ଯିରୀହୋ ନିକଟସ୍ଥ ମୋୟାବ ପଦାରେ ମୋଶା ଏହିସବୁ ଅଧିକାର ବିଭାଗ କରି ଦେଲେ।

Read ଯିହୋଶୂୟ 13ଯିହୋଶୂୟ 13
Compare ଯିହୋଶୂୟ 13:22-32ଯିହୋଶୂୟ 13:22-32