4ଆଉ ଦକ୍ଷିଣ ଦିଗସ୍ଥ ଅବ୍ବୀୟମାନଙ୍କ ଦେଶ; କିଣାନୀୟମାନଙ୍କ ସମସ୍ତ ଦେଶ ଓ ଇମୋରୀୟମାନଙ୍କ ସୀମାସ୍ଥିତ ଅଫେକ ପର୍ଯ୍ୟନ୍ତ ସୀଦୋନୀୟମାନଙ୍କ ଅଧୀନ ମୀୟାରା।
5ପୁଣି ଗିବ୍ଲୀୟମାନଙ୍କ ଦେଶ ଓ ହର୍ମୋଣ ପର୍ବତର ତଳସ୍ଥିତ ବାଲ୍ଗାଦ୍ଠାରୁ ହମାତରେ ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ସୂର୍ଯ୍ୟୋଦୟ ଦିଗସ୍ଥ ସମସ୍ତ ଲିବାନୋନ।
6ଲିବାନୋନଠାରୁ ମିଷ୍ରଫୋତ୍-ମୟିମ୍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।
7ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରି ଦିଅ।
8ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,
9ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
10ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;