Text copied!
Bibles in Odia

ଯିହୋଶୂୟ 13:6-21 in Odia

Help us?

ଯିହୋଶୂୟ 13:6-21 in ଓଡିଆ ବାଇବେଲ

6 ଲିବାନୋନଠାରୁ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ ପର୍ବତ ନିବାସୀ ସମସ୍ତ ସୀଦୋନୀୟମାନଙ୍କ ଦେଶ; ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ିଦେବା; ତୁମ୍ଭେ ଆମ୍ଭ ଆଜ୍ଞାନୁସାରେ ତାହା ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।
7 ଏନିମନ୍ତେ ଏବେ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧ ବଂଶକୁ ଏହି ଦେଶ ବିଭାଗ କରି ଦିଅ।
8 ତାହା ସଙ୍ଗେ ରୁବେନୀୟ ଓ ଗାଦୀୟ ଲୋକମାନେ ଯର୍ଦ୍ଦନର ପୂର୍ବପାରିରେ ମୋଶାଦତ୍ତ ଆପଣା ଆପଣା ଅଧିକାର ପାଇଅଛନ୍ତି, ଯେହେତୁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ,
9 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଓ ଉପତ୍ୟକାର ମଧ୍ୟବର୍ତ୍ତୀ ନଗର ଓ ଦୀବୋନ୍ ପର୍ଯ୍ୟନ୍ତ ମେଦବାର ସମସ୍ତ ସମଭୂମି,
10 ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍‍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;
11 ପୁଣି ଗିଲୀୟଦ ଓ ଗଶୂରୀୟମାନଙ୍କ ଓ ମାଖାଥୀୟମାନଙ୍କ ଅଞ୍ଚଳ ଓ ସମୁଦାୟ ହର୍ମୋଣ ପର୍ବତ ଓ ସଲଖା ପର୍ଯ୍ୟନ୍ତ ସମସ୍ତ ବାଶନ,
12 ଅର୍ଥାତ୍‍, ଅଷ୍ଟାରୋତ୍‍ରେ ଓ ଇଦ୍ରିୟୀରେ ରାଜତ୍ୱକାରୀ ରଫାୟୀୟମାନଙ୍କ ମଧ୍ୟରେ ଅବଶିଷ୍ଟ ଓଗ୍‍ ବାଶନ ରାଜ୍ୟ ଦେଇଥିଲା; କାରଣ ମୋଶା ଏମାନଙ୍କୁ ପରାଜୟ କରି ଘଉଡ଼ାଇ ଦେଇଥିଲେ।
13 ତଥାପି ଇସ୍ରାଏଲ ସନ୍ତାନଗଣ ଗଶୂରୀୟମାନଙ୍କୁ ଓ ମାଖାଥୀୟମାନଙ୍କୁ ଘଉଡ଼ାଇ ଦେଲେ ନାହିଁ; ସେହି ଗଶୂରୀୟ ଓ ମାଖାଥୀୟମାନେ ଆଜିଯାଏ ଇସ୍ରାଏଲ ମଧ୍ୟରେ ବାସ କରୁଅଛନ୍ତି।
14 କେବଳ ଲେବୀ ବଂଶକୁ ମୋଶା କିଛି ଅଧିକାର ଦେଲେ ନାହିଁ; କାରଣ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ସେମାନଙ୍କର ଅଧିକାର ହେଲା, ଯେପରି ସଦାପ୍ରଭୁ ମୋଶାଙ୍କୁ କହିଥିଲେ।
15 ପୁଣି ମୋଶା ରୁବେନ୍‍ ବଂଶର ସନ୍ତାନଗଣକୁ ସେମାନଙ୍କ ବଂଶ ଅନୁସାରେ ଅଧିକାର ଦେଲେ।
16 ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେମାନଙ୍କର ସୀମା ଥିଲା ଓ ଉପତ୍ୟକା ମଧ୍ୟବର୍ତ୍ତୀ ନଗର ଓ ମେଦବା ନିକଟସ୍ଥ ସମସ୍ତ ସମଭୂମି;
17 ହିଷ୍‍ବୋନ ଓ ସମଭୂମିସ୍ଥିତ ଦୀବୋନ୍ ଓ ବାମତ୍‍ବାଲ ଓ ବେଥ୍-ବାଲ-ମିୟୋନ,
18 ଯହସ୍‍ ଓ କଦେମୋତ୍‍ ଓ ମେଫାତ୍‍
19 ଓ କିରୀୟାଥୟିମ୍‍ ଓ ସିବ୍‍ମା ଓ ତଳଭୂମିର ପର୍ବତସ୍ଥ ସେରତ୍‍ ସହର
20 ଓ ବେଥ୍-ପିୟୋର ଓ ଅସଦୋତ୍‍-ପିସ୍‍ଗା ଓ ବେଥ୍-ଯିଶିମୋତ୍‍, ତହିଁର ଏହି ସମସ୍ତ ନଗର।
21 ପୁଣି ସମଭୂମିସ୍ଥିତ ସମସ୍ତ ନଗର ଓ ହିଷ୍‍ବୋନରେ ରାଜତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମୁଦାୟ ରାଜ୍ୟ, କାରଣ ମୋଶା ତାହାକୁ ଓ ସେହି ଦେଶ ନିବାସୀ ମିଦୀୟନର ପ୍ରଧାନବର୍ଗ ଇବି ଓ ରେକମ୍‍ ଓ ସୂର୍‍ ଓ ହୂର ଓ ରେବା ନାମକ ସୀହୋନର ଏହି ଅଧିପତିମାନଙ୍କୁ ବିନାଶ କରିଥିଲେ।
ଯିହୋଶୂୟ 13 in ଓଡିଆ ବାଇବେଲ