Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 14

ଯିହୋଶୂୟ 14:3-8

Help us?
Click on verse(s) to share them!
3କାରଣ ମୋଶା ଯର୍ଦ୍ଦନ ପୂର୍ବପାରିରେ ଦୁଇ ବଂଶ ଓ ଅର୍ଦ୍ଧ ବଂଶକୁ ଅଧିକାର ଦେଇଥିଲେ; ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀୟମାନଙ୍କୁ କୌଣସି ଅଧିକାର ଦେଲେ ନାହିଁ।
4ଯୋଷେଫର ସନ୍ତାନଗଣ ମନଃଶି ଓ ଇଫ୍ରୟିମ ଦୁଇ ବଂଶ ଥିଲେ। ପୁଣି ସେମାନେ ଲେବୀୟମାନଙ୍କୁ କେତେକ ବସତି-ନଗର ଓ ପଶୁ ଓ ସମ୍ପତ୍ତି ନିମନ୍ତେ ତଳିଭୂମି ଛଡ଼ା ଦେଶ ମଧ୍ୟରେ ଆଉ କୌଣସି ଅଂଶ ଦେଲେ ନାହିଁ।
5ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ ସନ୍ତାନଗଣ କର୍ମ କରି ଦେଶ ବିଭାଗ କଲେ।
6ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।
7ମୋହର ଚାଳିଶ ବର୍ଷ ବୟସରେ ସଦାପ୍ରଭୁଙ୍କ ସେବକ ମୋଶା ଦେଶ ଅନୁସନ୍ଧାନ କରିବା ପାଇଁ କାଦେଶ-ବର୍ଣ୍ଣେୟଠାରୁ ମୋତେ ପଠାଇଥିଲେ; ତହିଁରେ ମୁଁ ଆପଣା ମନରେ ଯାହା ଥିଲା, ତଦନୁସାରେ ତାଙ୍କୁ ସମ୍ବାଦ ଆଣି ଦେଲି।
8ତଥାପି ମୋହର ଯେଉଁ ଭ୍ରାତୃଗଣ ମୋର ସଙ୍ଗେ ଯାଇଥିଲେ, ସେମାନେ ଲୋକମାନଙ୍କ ହୃଦୟ ତରଳାଇ ପକାଇଲେ; ମାତ୍ର ମୁଁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁ ମୋର ପରମେଶ୍ୱରଙ୍କର ଅନୁଗତ ହେଲି।

Read ଯିହୋଶୂୟ 14ଯିହୋଶୂୟ 14
Compare ଯିହୋଶୂୟ 14:3-8ଯିହୋଶୂୟ 14:3-8