Text copied!
Bibles in Odia

ଯିହୋଶୂୟ 15:10-34 in Odia

Help us?

ଯିହୋଶୂୟ 15:10-34 in ଓଡିଆ ବାଇବେଲ

10 ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା।
11 ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା।
12 ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।
13 ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା।
14 ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ।
15 ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା।
16 ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।
17 ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
18 ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ?
19 ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ। ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
20 ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।
21 ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍‍ସେଲ ଓ ଏଦର ଓ ଯାଗୁର
22 ଓ କୀନା ଓ ଦୀମୋନା ଓ ଅଦାଦା
23 ଓ କେଦଶ୍‍ ଓ ହାସୋର ଓ ଯିତ୍ନନ୍;
24 ସୀଫ୍‍ ଓ ଟେଲମ୍‍ ଓ ବାଲୋତ୍‍
25 ଓ ହାସୋର-ହଦତ୍ତା ଓ କରିୟୋଥ୍‍-ହିଷ୍ରୋଣ (ଅବା ହାସୋର;)
26 ଅମାମ୍‍ ଓ ଶେମା ଓ ମୋଲାଦା
27 ଓ ହତ୍‍ସର-ଗଦ୍ଦା ଓ ହିଷ୍‍ମୋନ୍‍ ଓ ବେଥ୍-ପେଲଟ
28 ଓ ହତ୍‍ସର-ଶୁୟାଲ୍‍ ଓ ବେର୍‍ଶେବା ଓ ବିଷିୟୋଥିୟା;
29 ବାଲା ଓ ଇୟୀମ୍‍ ଓ ଏତ୍‍ସମ୍‍;
30 ଇଲତୋଲଦ୍‍ ଓ କସୀଲ ଓ ହର୍ମା
31 ଓ ସିକ୍ଲଗ୍‍ ଓ ମଦ୍‍ମନ୍ନା ଓ ସନ୍‍ସନ୍ନା
32 ଓ ଲବାୟୋତ୍‍ ଓ ଶିଲହୀମ୍‍ ଓ ଐନ୍‍ ଓ ରିମ୍ମୋନ୍‍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର।
33 ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍‍ନା
34 ଓ ସାନୋହ ଓ ଐନ୍‍-ଗନ୍ନୀମ ଓ ତପୂହ ଓ ଐନମ୍;
ଯିହୋଶୂୟ 15 in ଓଡିଆ ବାଇବେଲ