Text copied!
CopyCompare
ଓଡିଆ ବାଇବେଲ - ଯିହୋଶୂୟ - ଯିହୋଶୂୟ 15

ଯିହୋଶୂୟ 15:15-46

Help us?
Click on verse(s) to share them!
15ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା।
16ସେହି ସମୟରେ କାଲେବ କହିଲେ, ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।
17ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।
18ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, ତୁମ୍ଭେ କଅଣ ଚାହଁ?
19ତହୁଁ ସେ କହିଲା, ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ। ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।
20ଯିହୁଦା-ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।
21ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍‍ସେଲ ଓ ଏଦର ଓ ଯାଗୁର
22ଓ କୀନା ଓ ଦୀମୋନା ଓ ଅଦାଦା
23ଓ କେଦଶ୍‍ ଓ ହାସୋର ଓ ଯିତ୍ନନ୍;
24ସୀଫ୍‍ ଓ ଟେଲମ୍‍ ଓ ବାଲୋତ୍‍
25ଓ ହାସୋର-ହଦତ୍ତା ଓ କରିୟୋଥ୍‍-ହିଷ୍ରୋଣ (ଅବା ହାସୋର;)
26ଅମାମ୍‍ ଓ ଶେମା ଓ ମୋଲାଦା
27ଓ ହତ୍‍ସର-ଗଦ୍ଦା ଓ ହିଷ୍‍ମୋନ୍‍ ଓ ବେଥ୍-ପେଲଟ
28ଓ ହତ୍‍ସର-ଶୁୟାଲ୍‍ ଓ ବେର୍‍ଶେବା ଓ ବିଷିୟୋଥିୟା;
29ବାଲା ଓ ଇୟୀମ୍‍ ଓ ଏତ୍‍ସମ୍‍;
30ଇଲତୋଲଦ୍‍ ଓ କସୀଲ ଓ ହର୍ମା
31ଓ ସିକ୍ଲଗ୍‍ ଓ ମଦ୍‍ମନ୍ନା ଓ ସନ୍‍ସନ୍ନା
32ଓ ଲବାୟୋତ୍‍ ଓ ଶିଲହୀମ୍‍ ଓ ଐନ୍‍ ଓ ରିମ୍ମୋନ୍‍; ଗ୍ରାମ ସମେତ ସର୍ବସୁଦ୍ଧା ଊଣତିରିଶ ନଗର।
33ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍‍ନା
34ଓ ସାନୋହ ଓ ଐନ୍‍-ଗନ୍ନୀମ ଓ ତପୂହ ଓ ଐନମ୍;
35ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା
36ଓ ଶାରୟିମ୍‍ ଓ ଅଦୀଥୟିମ୍‍ ଓ ଗଦେରା ଓ ଗଦେରୋଥୟିମ୍‍; ଗ୍ରାମ ସମେତ ଏହି ଚଉଦ ନଗର।
37ସନାନ୍‍ ଓ ହଦାଶା ଓ ମିଗ୍‍ଦଲଗାଦ
38ଓ ଦିଲୀୟନ୍‍ ଓ ମିସ୍ପେ ଓ ଯକ୍ତେଲ;
39ଲାଖୀଶ୍‍ ଓ ବସ୍କତ୍‍ ଓ ଇଗ୍ଲୋନ୍‍;
40କେବ୍ବୋନ୍‍ ଓ ଲହମମ ଓ କିତୀଶ୍‍
41ଓ ଗଦେରୋତ୍‍, ବେଥ୍-ଦାଗୋନ୍‍ ଓ ନୟମା ଓ ମକ୍‍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।
42ଲିବ୍‍ନା ଓ ଏଥର୍‍ ଓ ଆଶନ୍‍
43ଓ ଯିପ୍ତହ ଓ ଅସ୍‍ନା ଓ ନତ୍‍ସୀବ୍‍;
44କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।
45ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ;
46ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍‍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।

Read ଯିହୋଶୂୟ 15ଯିହୋଶୂୟ 15
Compare ଯିହୋଶୂୟ 15:15-46ଯିହୋଶୂୟ 15:15-46